Odisha Link
Bridging the Missing Links in Odisha

ମନି ଲଣ୍ଡରିଂ ମାମଲା: ଘୁଞ୍ଚିଲା ଜଗବନ୍ଧୁ ଚାନ୍ଦଙ୍କ ଜାମିନ ଆବେଦନର ଶୁଣାଣି

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ବ୍ଲାକମେଲ କୁଇନ ଅର୍ଚ୍ଚନା ନାଗ ମାମଲାକୁ ନେଇ ହାଇକୋର୍ଟ ଦେଇଥିବା ନିର୍ଦେଶ ସାମ୍ନାକୁ ଆସିଥିଲା। ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ନାଁରେ ୩ଟି ମାମଲା ରହିଛି। ୩ଟି ମାମଲାରୁ ମାତ୍ର ଗୋଟିଏରେ ସର୍ତ୍ତମୂଳକ ଜାମିନ ମିଳିଥିବା ଜଣା ପଡିଥିଲା।

ଖଣ୍ଡଗିରି ଥାନାର ଶ୍ରଦ୍ଧାଞ୍ଜଳି ମାମଲାରେ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଥିଲା। ଇଡି ପକ୍ଷରୁ ଦାୟର ମାମଲାରେ ଜାମିନ ଆବେଦନ କରିଥିଲେ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ। ତେବେ ଏହି ମାମଲାରେ ଆସନ୍ତା ୩୦ ତାରିଖରେ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି କରାଯିବ।

ଅନ୍ୟପଟେ, ବହୁଚର୍ଚ୍ଚିତ ମନି ଲଣ୍ଡରିଂ ମାମଲାରେ ହାଇକୋର୍ଟ ଅର୍ଚ୍ଚନା ନାଗଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅର୍ଚ୍ଚନା ନାଗଙ୍କୁ ଦୁଇଟି ମାମଲାରେ ସର୍ତ୍ତ ମୂଳକ ଜାମିନ ମିଳିଥିଲା। ଇଡିର ମାମଲାରେ ଅର୍ଚ୍ଚନା ନାଗ ଜାମିନ ଆବେଦନ କରିଥିଲେ। ତେବେ ଏହି ମାମଲାର ଶୁଣାଣି ସେପ୍ଟେମ୍ବର ପ୍ରଥମ ମାସରେ କରାଯିବ ବୋଲି ସୂଚନା ରହିଛି।

ଖବର ଅନୁସାରେ, ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା। ଅର୍ଚ୍ଚନାଙ୍କୁ ସର୍ତମୂଳକ ହାଇକୋର୍ଟ ଜାମିନ ମଞ୍ଜୁର କରିଥିଲେ। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ଏତଲା ଆଧାରରେ ହୋଇଥିବା ମାମଲା ଆଧାରରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା। ତେବେ ଅର୍ଚ୍ଚନାଙ୍କ ନାଁରେ ଏକାଧିକ ମାମଲା ଥିବାରୁ ଏବେ ସେ ଜେଲରୁ ବାହାରି ପାରିବେନି।

Leave A Reply

Your email address will not be published.