Odisha Link
Bridging the Missing Links in Odisha

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।

ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୂଚନା ଓ ସ୍ଥିରୀକୃତ ହୋଇଥିବା ନୀତିକ୍ରାନ୍ତି ଅନୁଯାୟୀ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ.୬.୦୦ଟାରୁ ରାତି ଘ.୧୦.୦୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.