Odisha Link
Bridging the Missing Links in Odisha

ଲଘୁଚାପ ପ୍ରଭାବ: ସିମିଳିଗୁଡ଼ାରେ ସର୍ବାଧିକ ବର୍ଷା ରେକର୍ଡ

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଆଜି ସାମାନ୍ୟ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଥିବାବେଳେ ଜଡିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି। ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ କୋରାପୁଟର ସିମିଳିଗୁଡ଼ାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ସିମିଳିଗୁଡ଼ାରେ ୨୪ ଘଣ୍ଟାରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ ହୋଇଛି। ଏହା ସହ ରାଜ୍ୟର ଅନ୍ୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.