ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଆଶଙ୍କା! ଖୋଲିବ ହୀରାକୁଦ ଡ୍ୟାମ୍ର ୨ଟି ଗେଟ୍
ଓଏଲ୍ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ତେବେ ତାହା ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଥିଲା। ବର୍ତ୍ତମାନ ପୁଣି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଦ୍ୱାରା ଆଜି ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।
ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍ର ୨ଟି ଗେଟ୍ ଖୋଲିବ ବୋଲି ସୂଚନା ଜାରି ହୋଇଛି। ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୧୦ ଫୁଟ୍ ରହିଛି। ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ବର୍ଷା ସମ୍ଭାବନା ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।