ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ନୂଆ ଦାୟିତ୍ୱ

ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟର ତିନି ପ୍ରମୁଖ ଦଳ ଅଙ୍କକଷା ଆରମ୍ଭ କଲେଣି। ତେବେ ନିର୍ବାଚନ ପାଖେଇ ଆସୁଥିବାବେଳେ ବିଜୁ ଜନତା ଦଳ ମଧ୍ୟ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ କରିଛି।
ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ବିଜେଡିର ବଡ଼ ଦାୟିତ୍ବ ମିଳିଛି। ତାଙ୍କୁ ରାଜ୍ୟସଭାରେ ବିଜେଡିର ମୁଖ୍ୟ ସଚେତକ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତି ଦେଲେ। ତେବେ ଏନେଇ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।