ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବାର ଆଶଙ୍କା
ଓଏଲ୍ ବ୍ୟୁରୋ: ପାଖେଇ ଆସିଲା ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ବୋଲି ଆକଳନ କରାଯାଇଛି।। ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବା ସମ୍ଭାବନା। ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଆକଳନ କରାଯାଇଛି। ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି।