Odisha Link
Bridging the Missing Links in Odisha

ଦିଲ୍ଲୀ ମେଟ୍ରୋକୁ ଦିଆଗଲା ଭୁବନେଶ୍ୱର ମେଟ୍ରୋ ନିର୍ମାଣ ଦାୟିତ୍ୱ; ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ

ଓଏଲ୍‌ ବ୍ୟୁରୋ: ଆଉ ପାଦେ ଆଗେଇଲା କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ। ଭୁବନେଶ୍ୱର ମେଟ୍ରୋ ରେଲ୍‌ ପ୍ରୋଜେକ୍ଟ ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ସହ ଏମଓୟୁ ସ୍ୱାକ୍ଷର ହୋଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହେବ। ଭର୍ଚୁଆଲ୍‌ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ୧୨ଟି ପ୍ରସ୍ତାବକୁ ମିଳିଥିଲା କ୍ୟାବିନେଟ୍‌ ମଞ୍ଜୁରୀ। ମେଟ୍ରୋ ରେଳ ପ୍ରକଳ୍ପ ଡିପିଆରକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଫେଜ-୧ ଡିପିଆରକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ କରାଯାଇଥିଲା। ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୫୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଥିଲା। ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୬କିମି ଦ୍ୱରତ୍ୱ ମଧ୍ୟରେ ମୋଟ ୨୦ଟି ମେଟ୍ରୋ ଷ୍ଟେସନ ନିର୍ମାଣ କରାଯିବ।

Leave A Reply

Your email address will not be published.