ଜନ୍ମମାଟିରେ ମହାମହିମ; ବାଦାମପାହାଡ଼ରେ ଉଦଘାଟନ ହେଲା ନୂଆ ଟ୍ରେନ
ଓଏଲ୍ ବ୍ୟୁରୋ: ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପାହାଡପୁର ଓ ରାଇରଙ୍ଗପୁରରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ପ୍ରଥମେ ରାଷ୍ଟ୍ରପତି ନିଜ ବାସଭବନରୁ ବାହାରି ପାହାଡପୁର ପହଞ୍ଚିଛନ୍ତି। ପାହାଡପୁରରେ ମୁର୍ମୁ ଛକରେ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତି ଉନ୍ମୋଚନ କରିଛନ୍ତି।
ଏହା ପରେ ୩ଟି ନୂଆ ଟ୍ରେନ ଚଳାଚଳର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି। ବାଦାମପାହାଡ଼-ଶାଲିମାର ସାପ୍ତାହିକ ଏକ୍ସପ୍ରେସ ଉଦଘାଟନ ସମୟରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଅଛନ୍ତି।