Odisha Link
Bridging the Missing Links in Odisha

ବିଧାନସଭାର ଶୀତ ଅଧିବେଶନ; ଦିନ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବି

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ। ଦ୍ବିତୀୟ ଦିନରେ ବେଶ୍ ସରଗରମ ରହିବ ଗୃହ। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଦେଖିବାକୁ ମିଳିଛି। ମଧ୍ୟଭାଗକୁ ଆସି ପ୍ଲାକାର୍ଡ ଧରି ବିରୋଧୀ ହୋହଲ୍ଲା କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ପର୍ଯ୍ୟନ୍ତ ବାଚସ୍ପତି ଗୃହ ମୁଲତବି ଘୋଷଣା କଲେ।

କାଲିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା।

ଅନ୍ୟ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ତେବେ ଏହା ପରେ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି। ଦିବଙ୍ଗତ ସଦସ୍ୟ ଓ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପରେ ଗୃହ ମୁଲତବି ରଖାଯାଇଥିଲା।

ସୂଚନା ଅନୁସାରେ, ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଥିଲା।

Leave A Reply

Your email address will not be published.