ପୁଣି ବାତ୍ୟା ଭୟ; ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍ଆରସି
ଓଏଲ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପଶ୍ଚିମ ଉତ୍ତର ଦିଗରେ ଗତି କରି ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା ରହିଛି। ତେବେ ଓଡ଼ିଶାର ଏହାର କେତେ ପରିମାଣର ପ୍ରଭାବ ରହିଛି କୌଣସି ସ୍ପଷ୍ଟ ସୂଚନା ମିଳିପାରିନଥିବାବେଳେ ସମ୍ଭାବ୍ୟ ବାତ୍ୟା ନେଇ ଏସ୍ଆରସି ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି।
ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି। ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ, ଆଶାନ୍ତ ରହିବ। ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଯିବାକୁ ବାରଣ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ୧ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ବିଭାଗର ସଚିବଙ୍କୁ ମଧ୍ୟ ଏହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଚାଷୀଙ୍କୁ ସତର୍କ କରାଇବା ପାଇଁ କୃଷି ବିଭାଗକୁ ଏସ୍ଆରସିଙ୍କ ନିର୍ଦ୍ଦେଶ ଦିଆଯାଇଛି।