Odisha Link
Bridging the Missing Links in Odisha

ଓଡ଼ିଶାରେ ‘ମିଗ୍‌ଜାଉଁ’ର ପ୍ରଭାବ; ଆସନ୍ତାକାଲି ଗଜପତିରେ ସ୍କୁଲ ବନ୍ଦ

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ‘ମିଗ୍‌ଜାଉଁ’। ଆନ୍ଧ୍ର ଉପକୁଳ ବାପାଟଲାରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏବେ ୯ କିଲୋମିଟର ବେଗରେ ଗତି କରୁଛି। ଏବେ ଉତର-ଉତର ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା। ନେଲୋରରୁ ୩୦ କିଲୋମିଟର ଓ ବାପାଟଲାରୁ ୧୩୦କିଲୋମିଟର ଦୂରରେ ରହିଛି। ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୧୦୦ କିଲୋମିଟର ରହିବ। ପବନର ଝଟକା ୧୨୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍‌ କରିପାରେ।

ବାତ୍ୟା ‘ମିଗ୍‌ଜାଉଁ’ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଆହୁରି ବର୍ଷାର ପରିମାଣ ବଢିବା ଆଶଙ୍କା କରାଯାଉଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତିରେ କାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସବୁ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେହିଭଳି ବାତ୍ୟା ‘ମିଗ୍‌ଜାଉଁ’ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହିବାର ଆଶଙ୍କା ରହିଥିବାବେଳେ ଏହା ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଜିଲ୍ଲାରେ ୧୧୫. ୬ ମିଲିମିଟର ବର୍ଷା ହୋଇଥିବା ସୂଚନା ରହିଛି। ନାରାୟଣପାଟଣା ଓ ପଟ୍ଟାଙ୍ଗୀ ବ୍ଲକରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.