ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଶଙ୍ଖ ଭବନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ
![](https://www.odishalink.com/wp-content/uploads/2023/12/cm-750x430.jpg)
ଓଏଲ୍ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ଏହି ରାଜନୈତିକ ଅଙ୍କକଷା ମଧ୍ୟରେରେ ବିଜୁ ଜନତା ଦଳ ମଧ୍ୟ ନିଜର ଗୋଟି ଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଆଜି ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ। ଶଙ୍ଖ ଭବନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜିତ ହେବ।
ଆସନ୍ତା ୨୬ ତାରିଖରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦଳ ବ୍ୟାପକ ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରିବ। ଗଣଦୌଡ଼ ସହ ଜୀବନ ବିନ୍ଦୁ ରକ୍ତଦାନ ଶିବିର, ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ କରାଯିବ। ୨୬ ବର୍ଷ ଅବସରରେ ୨୬ ହଜାର ୟୁନିଟ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଛି। ଯୁବ ଓ ଛାତ୍ର କର୍ମକର୍ତ୍ତାଙ୍କ ନେତୃତ୍ବରେ କଟକ ଆନନ୍ଦ ଭବନରୁ ଶଙ୍ଖ ଭବନ ଯାଏଁ ସାଇକେଲ ରାଲି ଅନୁଷ୍ଠିତ ହେବ। ପ୍ରତି ବ୍ଲକ ଓ ନଗରରେ ସଭା ଜରିଆରେ ନବୀନ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋଚନା ହେବ।