Odisha Link
Bridging the Missing Links in Odisha

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: କୋର୍ଟରେ ହାଜର ହେଲେ ସିସୋଦିଆ

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଡାହାଣହାତ କୁହାଯାଉଥିବା ମନିଷ ସିସୋଦିଆଙ୍କୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ଅବକାରୀ ନୀତି ମାମଲାରେ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ହେପାଜତରେ ରହିଛନ୍ତି ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ତାଙ୍କୁ ଫେବୃଆରୀ ୨୬ ତାରିଖରେ ଗିରଫ କରିଥିଲା ସିବିଆଇ। ଏହାପରେ ଜେଲରେ ତାଙ୍କୁ ଇଡି ଜେରା କରିବା ସହ ପୁଣି ଗିରଫ କରିଥିଲା।

Leave A Reply

Your email address will not be published.