Odisha Link
Bridging the Missing Links in Odisha

ଆଜି ଏବର୍ଷର ସବୁଠୁ ଛୋଟ ଦିନ; ଜାଣନ୍ତୁ ଏହାର କାରଣ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଶୀତ। ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ। ଏହାବର୍ଷର “ସବୁଠାରୁ ଛୋଟ ଦିନ” ହୋଇଥାଏ। ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ବର୍ଷର ଏହି ସବୁଠାରୁ ଛୋଟ ଦିନରୁ ଉତ୍ତର ମେରୁରେ ଶୀତଦିନ ଆରମ୍ଭ ହୁଏ। ଫଳରେ ଦକ୍ଷିଣ ମେରୁରେ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ। ମାର୍ଚ୍ଚ ମାସ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ରହେ।

ସୂର୍ଯ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ବୁଲିବା ସହ ନିଜ ଅକ୍ଷ ଚାରିପଟେ ମଧ୍ୟ ଘୂରୁଛି। ସେଥିପାଇଁ ସୂର୍ଯ୍ୟ ସବୁଦିନ ସମାନ ସ୍ଥାନରୁ ଉଦୟ ହୁଏ ନାହିଁ ବା ଏକା ଜାଗାରେ ଅସ୍ତ ଯାଏ ନାହିଁ । ସୂର୍ଯ୍ୟର ଉତ୍ତରାୟଣ ଓ ଦକ୍ଷିଣାୟଣ ଗତି ମଧ୍ୟ ଦେଖାଯାଇଥାଏ। ପ୍ରତ୍ୟେକ ବର୍ଷ ଜୁନମାସ ୨୧ ତାରିଖରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟ କ୍ରାନ୍ତି ଉପରେ ରହିଥାଏ। ସେହିଠାରୁ ଧୀରେ ଧୀରେ ଦକ୍ଷିଣ ଦିଗକୁ ଗତି କରି ଥାଏ ଯାହାକୁ ଆମେ ସୂର୍ଯ୍ୟର ଦକ୍ଷିଣାୟନ ଗତି କହିଥାଉ।

ଏହିପରି ଦକ୍ଷିଣ ଦିଗକୁ ଢଳି ଢଳି ୨୨ ଡିସେମ୍ବର ବେଳକୁ ସୂର୍ଯ୍ୟ ବିଷୁବ ରେଖା ଠାରୁ ୨୩.୫ ଡିଗ୍ରୀ ଦକ୍ଷିଣ ରେ ଥିବା ମକର କ୍ରାନ୍ତିରେ ପହଞ୍ଚିଥାଏ। ସୂର୍ଯ୍ୟ ମକର କ୍ରାନ୍ତି ଉପରେ ଗତି କରି ଥାଏ। ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ। ତେବେ ଆଜି ଏବର୍ଷର ସବୁଠୁ ଛୋଟ ଦିନ ବୋଲି ଗଣନା କରାଯାଇଛି।

Leave A Reply

Your email address will not be published.