Odisha Link
Bridging the Missing Links in Odisha

ଚର୍ଚ୍ଚିତ ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଘଟଣା: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ଓଏଲ୍‌ ବ୍ୟୁରୋ: ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଖବର ଚହଳ ସୃଷ୍ଟି କରିଥିଲା। ଏହି ଘଟଣାର ସିବିଆଇ ତଦନ୍ତ ଦାବି କରାଯାଇଥିଲା। ଏହି ମାମଲାକୁ ନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍‌ ଜାରି କରିଛନ୍ତି। ସିବିଆଇ ତଦନ୍ତ ଦାବି ସଂପର୍କରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ମାର୍ଚ୍ଚ ୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

ସୂଚନା ଅନୁସାରେ, ୨୦୦୮ ଅଗଷ୍ଟ ୨୩ରେ କନ୍ଧମାଳର ଜଲେଶପେଟା ଆଶ୍ରମରେ ସ୍ବାମୀଜୀ ଓ ତାଙ୍କ ୪ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ ୩୮ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ତେବେ ଏତେ ବର୍ଷ ପରେ ବି ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଘଟଣା ରହସ୍ୟ ଘେରରେ ରହିଛି।

Leave A Reply

Your email address will not be published.