ଆଜି ମହତାବଙ୍କ ୧୨୫ତମ ଜୟନ୍ତୀ; ଜାରି ହେବ ସ୍ୱତନ୍ତ୍ର କଏନ

ଓଏଲ୍ ବ୍ୟୁରୋ: ଆଜି ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ। ଏହି ଅବସରରେ ସ୍ୱତନ୍ତ୍ର କଏନ ଜାରି ହେବ। କେନ୍ଦ୍ର ସଂସ୍କୃତି ବିଭାଗ ଦେଇଥିବା ପ୍ରସ୍ତାବକୁ ଅର୍ଥ ମନ୍ତ୍ରାଳୟର ଅନୁମୋଦନ କରିଛି। ୧୦୦ ଟଙ୍କିଆ କଏନ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲଙ୍କ ସୂଚନା ଦେଇଛନ୍ତି। ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓଡ଼ିଶା ଆସିଛନ୍ତି।
ହରେକୃଷ୍ଣ ମହତାବ ଜଣେ ଲେଖକ ଓ ଭାରତୀୟ ଜାତୀୟ କଂଗ୍ରେସ ନେତା ଥିଲେ। ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ୧୯୪୬-୫୦ ଯାଏଁ କାମ କରିଥିଲେ। ସେ ଉତ୍କଳ କେଶରୀ ନାମରେ ମଧ୍ୟ ଜଣାଶୁଣା। ହରେକୃଷ୍ଣ ମହତାବ ଓଡ଼ିଶାର ଭଦ୍ରକ ଜିଲ୍ଲାର ଆଗରପଡାଠାରେ ୨୧ ନଭେମ୍ବର, ୧୮୯୯ରେ ଜନ୍ମ ନେଇଥିଲେ। ୨୮ ମସିହା ମଧ୍ୟରେ ସେ ବାଲେଶ୍ୱର ଜିଲ୍ଲା ବୋର୍ଡର ଚେୟାରମ୍ୟାନ ଭାବରେ ନିର୍ବାଚିତ ହୋଇଥିଲେ। ୧୯୨୪ ମସିହାରେ ସେ ତତ୍କାଳୀନ ବିହାର-ଓଡ଼ିଶା ପ୍ରଦେଶର ସଭ୍ୟ ରୂପେ ନିର୍ବାଚିତ ହୋଇଥିଲ । ୧୯୩୦-୩୧ରେ ବାଲେଶ୍ୱରର ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହ ଓ ଆଇନ ଅମାନ୍ୟ ଆନ୍ଦୋଳନକୁ ପରିଚାଳନା କରି ଦୁଇ ଥର କାରାବରଣ କରିିଥିଲେ।