ଚାଷୀର ବିକାଶ ରାଜ୍ୟର ବିକାଶ: ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ବଲାଙ୍ଗୀରବାସୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ଲୋୟର ସୁକତେଲ ପ୍ରକଳ୍ପର ଲୋକାର୍ପଣ କରାଯାଇଛି। ୨୭୨୩ କୋଟିରେ ସୁକତେଲ ପ୍ରକଳ୍ପ ନିର୍ମିତ ହୋଇଛି। ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ୨୨୨୦ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି ଅବସରରେ ଚାଷୀର ବିକାଶ ହେଲେ ରାଜ୍ୟର ବିକାଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବଲାଙ୍ଗୀରର ବିକାଶଧାରାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ୩୦୫ କୋଟି ଟଙ୍କାର ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ହେବାକୁ ଥିବାବେଳେ ୨ ହଜାର ୨୨୦ କୋଟି ଟଙ୍କାର ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।