ଆଜି ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ; ଲୋୟର ସୁକତେଲ ପ୍ରକଳ୍ପର କରିବେ ଲୋକାର୍ପଣ

ଓଏଲ୍ ବ୍ୟୁରୋ: ଆଜି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଲାଙ୍ଗିରବାସୀଙ୍କୁ ନୂଆବର୍ଷ ଭେଟି ଦେବେ ରାଜ୍ୟ ସରକାର। ଲୋୟର ସୁକତେଲ ପ୍ରକଳ୍ପର ଲୋକାର୍ପଣ କରିବେ। ୨୭୨୩ କୋଟିରେ ସୁକତେଲ ପ୍ରକଳ୍ପ ନିର୍ମିତ ହୋଇଛି। ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ କରିବେ। ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ୨୨୨୦ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
ବଲାଙ୍ଗିରର ବିକାଶଧାରାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବାକୁ ଯାଉଛନ୍ତି। ୩୦୫ କୋଟି ଟଙ୍କାର ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ହେବାକୁ ଥିବାବେଳେ ୨ ହଜାର ୨୨୦ କୋଟି ଟଙ୍କାର ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି।