Odisha Link
Bridging the Missing Links in Odisha

ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର; ଆଜି ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଶ୍ୱର୍ରେ ଚାଲିଥିବା ପରିକ୍ରମା ପ୍ରକଳ୍ପ(ଐତିହ୍ୟ କରିଡର)ର ନିର୍ମାଣ କାର୍ଯ୍ୟ ଚଳିତମାସ ଆଜି ସୁଧା ଶେଷ ହେବ। ଆଉ ସୁରକ୍ଷା ଦୃଷ୍ଟିରୁ ୧୪ତାରିଖରୁ ସମ୍ପୂର୍ଣ୍ଣ ଅଂଚଳକୁ ପୁରୀ ପୁଲିସ ନିଜ ନିୟନ୍ତ୍ରଣକୁ ନେବ। ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ପୂର୍ବରୁ ଆଜି ବସୁଛି ପରିଚାଳନା କମିଟି ବୈଠକ। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପକରେ ଆଲୋଚନା ହେବ। ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ। ସମଙ୍ଗ ବଲ୍ଲଭ ପାର୍କିଂ, ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ବିଶାଳ ସଭା ପାଇଁ ପ୍ରଶାସନିକ ଆୟୋଜନ କରାଯାଇଛି। ଏଥିପାଇଁ ରାଜ୍ୟ ବାହାର କମ୍ପାନୀକୁ ଜର୍ମାନ ହ୍ୟାଙ୍ଗର ଶିବିର ନିର୍ମାଣ ଦାୟିତ୍ୱ ଦିଆଯାଇଛି। ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ପ୍ରକଳ୍ପ ଉଦଘାଟନ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ୫୦ ପ୍ଲାଟୁନରୁ ଅଧିକ ଫୋର୍ସ ଓ ୩୦ରୁ ଅଧିକ ଅଫିସର ମୁତୟନ ହେବେ।

Leave A Reply

Your email address will not be published.