ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ; ଦେଖିବେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ

ଓଏଲ୍ ବ୍ୟୁରୋ: ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ। ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ। ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ।
ସୂଚନା ଅନୁସାରେ, ଗତ ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଥିଲା। ଲୋକାର୍ପଣ ପରେ ପରିକ୍ରମା ମାର୍ଗରେ ପଦକ୍ଷିଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଶ୍ରୀସେତୁ ଓ ଶ୍ରୀମାର୍ଗର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଥିଲେ।