ଗଜପତି ଗସ୍ତରେ ୫-ଟି ଅଧ୍ୟକ୍ଷ; ନୂଆ-ଓ କାର୍ଯ୍ୟକ୍ରମରେ ହେଲେ ସାମିଲ

ଓଏଲ୍ ବ୍ୟୁରୋ: ଗଜପତି ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍। ଗଜପତି ଗସ୍ତରେ ଯାଇ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ନୂଆ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଯାଇ ଯୋଗ ଦେଇଥିଲେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍।
ସମସ୍ତ ଛାତ୍ରଛାତ୍ରୀ ଏବେ ସେମାନଙ୍କ ଜୀବନର ଏକ ଗୁରୁତ୍ବପୂର୍ଣ୍ଣ ପାହାଚରେ ଅଛନ୍ତି। ଛାତ୍ରଛାତ୍ରୀଙ୍କ ଏହା ଏକ ଗୋଲଡେନ ପିରିୟଡ। ଏହି ସମୟରେ ଆପଣମାନଙ୍କ ଲାଗି ସବୁଠାରୁ ଗୁରୁତ୍ବପୂର୍ଣ୍ଣ ପାଠ ପଢିବା। ପାଠ ପଢିବା ସହ କରିକୁଲାର ଆକ୍ଟିବିଟିଜ୍ ମଧ୍ୟ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ଜୀବନରେ ସଫଳ ହେବା ଲାଗି ଆତ୍ମବିଶ୍ବାସ ବହୁ ଜରୁରୀ। ଏଥିଲାଗି ମୁଖ୍ୟମନ୍ତ୍ରୀ ଏହି ନୂଆ-ଓ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହାଦ୍ବାରା ଆପଣଙ୍କ ମଧ୍ୟରେ ଥିବା ପ୍ରତିଭା ବାହାରକୁ ଆସିବ। ସାମଗ୍ରିକ ବ୍ୟକ୍ତିତ୍ବର ଉନ୍ନତି ହେବ। ପାଠ ପଢିବା ସହ ସାମଗ୍ରିକ ବ୍ୟକ୍ତିତ୍ବର ବିକାଶ ହେଲେ ଜୀବନରେ ସଫଳତା ହାସଲ କରି ହେବ ବୋଲି କଳାହାଣ୍ଡିରେ ୫-ଟି ଅଧ୍ୟକ୍ଷ କହିଥିଲେ।