Odisha Link
Bridging the Missing Links in Odisha

ହାତ ଧରିଲେ ବଳଭଦ୍ର ମାଝୀ, ୨ ସପ୍ତାହ ତଳେ ଛାଡ଼ିଥିଲେ ବିଜେଡି

ଓଏଲ୍‌ ବ୍ୟୁରୋ: କଂଗ୍ରେସରେ ଯୋଗ ଦେଇଛନ୍ତି ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ଶ୍ରୀ ମାଝୀ ଭବାନୀପାଟଣାରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସେ ସାମିଲ ହୋଇ ଦଳରେ ମିଶିବେ ବୋଲି ସୂଚନା ଦେଇଥିଲେ। କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି।

ଜାନୁଆରୀ ୮ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ବଳଭଦ୍ର ମାଝୀ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିବା ଇସ୍ତଫା ପତ୍ରରେ ବଳଭଦ୍ର ମାଝୀ ଲେଖିଥିଲେ, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ।

ବଳଭଦ୍ର ମାଝୀ ୫ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇ ଥର ମନ୍ତ୍ରୀ (ନବୀନ ପଟ୍ଟନାୟକଙ୍କ ପ୍ରଥମ ଓ ଦ୍ୱିତୀୟ ପାଳିରେ) ମଧ୍ୟ ହୋଇଥିଲେ। ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ଼ ଆସନରୁ ଥରେ ବିଜୟୀ ହୋଇଥିଲେ।

Leave A Reply

Your email address will not be published.