ଶୀତରେ ଥରୁଛି ଓଡ଼ିଶା; ଆହୁରି ୨ ଦିନ ବର୍ଷିବ!

ଓଏଲ୍ ବ୍ୟୁରୋ: ପଶ୍ଚିମ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା ଲାଗିରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ମେଘୁଆ ଓ କୋହଲା ପାଗ ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉତ୍ତର, ଆଭ୍ୟନ୍ତରିଣ ଏବଂ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
ଏହା ସହ ଘନ କୁହୁଡ଼ି ନେଇ ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼କୁ ଆଲର୍ଟ କରାଯାଇଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ହୋଇଛି।