Odisha Link
Bridging the Missing Links in Odisha

ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ; ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତର ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀ, ଶିକ୍ଷକଙ୍କୁ ମୋଦି ସମ୍ବୋଧନ କରିଛନ୍ତି। ଭାରତ ମଣ୍ଡପ୍‌ମରେ ବିଶ୍ବ ନେତା ୨ ଦିନ ପାଇଁ ବସି ବିଶ୍ବର ଭବିଷ୍ୟତ କଥା ଆଲୋଚନା କରିଥିଲେ। ଆଜି ତମେ ବସିଛ ଆଉ ଭାରତର ଭବିଷ୍ୟତ କଥା ଆଲୋଚନା କରୁଛ। ଏହି କାର୍ଯ୍ୟକ୍ରମରେ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଥିଲେ।

ତାଙ୍କ କହିବା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପିପିସି ୨୦୨୪ ନୂଆଦିଲ୍ଲୀର ଭାରତ ମଣ୍ଡପମ୍, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚାର ଏହା ହେଉଛି ସପ୍ତମ ସଂସ୍କରଣ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରଛାତ୍ରୀ, ଶିକ୍ଷା ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିନ କରୁଛନ୍ତି।

Leave A Reply

Your email address will not be published.