୨୦୨୪ ଶେଷ ସୁଦ୍ଧା ପ୍ରତି ଗାଁକୁ ଜଳ ଯୋଗାଣ ଲକ୍ଷ୍ୟ: ପ୍ରଦୀପ କୁମାର ଅମାତ
ଓଏଲ୍ ବ୍ୟୁରୋ: ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଦ୍ବିତୀୟ ଦିନ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ପ୍ରଶ୍ନକାଳ ଆରମ୍ଭ ହୋଇଛି। ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରଶ୍ନ କରିଛନ୍ତି। କେବେ ସୁଦ୍ଧା ପ୍ରତି ଗାଁରେ ପାଣି ଯୋଗାଇଦିଆଯିବ ବୋଲି ନରସିଂହ ମିଶ୍ର ପ୍ରଶ୍ନ କରିଛନ୍ତି।
ବିଧାନସଭା ପ୍ରଶ୍ନକାଳରେ ଉତ୍ତର ରଖିଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ। ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ଯୋଗାଇଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮ ପ୍ରତିଶତ ଗାଁରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି।
ବିଧାନସଭାରେ ପଞ୍ଚାୟତିରାଜ ଓ ପାନୀୟ ଜଳକୁ ପ୍ରଶ୍ନକାଳ ଜାରି ରହିଥିବାବେଳେ ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି।