ଧର୍ମଗଡ଼ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: କଳାହାଣ୍ଡି ଧର୍ମଗଡ଼ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ତେବେ ଏହି ଘଟଣା ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।