ରୂପାନ୍ତରଣରେ ସଜେଇ ହେଉଛି ସାରା ରାଜ୍ୟ; ଆଜି ଲୋକାର୍ପିତ ହେବ ୮୭ଟି ରୂପାନ୍ତରିତ ହାଇସ୍କୁଲ

ଓଏଲ୍ ବ୍ୟୁରୋ: ରୂପାନ୍ତରଣରେ ସଜେଇ ହେଉଛି ସାରା ରାଜ୍ୟ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ଗୁଣାତ୍ମକ ଶିକ୍ଷାଦାନ ଜରିଆରେ ସୁନିଶ୍ଚିତ ହେଉଛି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ। ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ଯାଜପୁର ଜିଲ୍ଲାର ଆଉ ୮୭ଟି ରୂପାନ୍ତରିତ ହାଇସ୍କୁଲ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବାକୁ ଯାଉଛନ୍ତି। ଆଜି ଲୋକାର୍ପିତ ହେବ ଯାଜପୁର ଜିଲ୍ଲାର ୮୭ଟି ରୂପାନ୍ତରିତ ହାଇସ୍କୁଲ। ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ଫାଇଭ-ଟି ସ୍କୁଲର ଲୋକାର୍ପଣ କରିବେ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ।