ଆଜମେର-ପୁଷ୍କର ଅଭିମୁଖେ ଗଡ଼ିଲା ସ୍ୱତନ୍ତ୍ର ତୀର୍ଥଯାତ୍ରା ଟ୍ରେନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ବରିଷ୍ଠ ନାଗରିକଙ୍କୁ ମିଳିବ ଅଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧୀନରେ ଆଜମେର୍-ପୁଷ୍କର ଅଭିମୁଖେ ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ବଲପୁର ରେଳଷ୍ଟେସନରୁ ଆରମ୍ଭ ହେଲା ତୃତୀୟ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା। ଆଜମେର ପୁଷ୍କରକୁ ତୀର୍ଥଯାତ୍ରl କରିବେ ବଶିଷ୍ଠ ନାଗରିକ। ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାର ମୋଟ ୧୦୦୦ ଜଣ ଆଜି ତୀର୍ଥଯାତ୍ରା ଆରମ୍ଭ କରିବେ। ରାଜ୍ୟ ସରକାରଙ୍କ ତରଫରୁ ବରିଷ୍ଠ ନାଗରିକଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।
ସୂଚନା ଅନୁସାରେ, ରାଜ୍ୟର ବରିଷ୍ଠ ଲୋକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ ପାଇଁ ୨୦୧୬ ମସିହାରୁ କାର୍ଯ୍ୟକାରୀ କରିଛନ୍ତି। ଗତବର୍ଷ ତୀର୍ଥଯାତ୍ରାରେ ଯିବା ପାଇଁ ବରିଷ୍ଠ ନାଗରିକମାନେ ନଭେମ୍ବର ୧ ତାରିଖରୁ ୧୦ତାରିଖ ମଧ୍ୟରେ ଅନଲାଇନ ଜରିଆରେ ଆବେଦନ କରାଯାଇଥିଲା। ଗତବର୍ଷ ରାଜ୍ୟର ବିଭିନ୍ନ ସ୍ଥାନରୁ ୯ଟି ଟ୍ରେନ ଯୋଗେ ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାରେ ନେବା ପାଇଁ ରାଜ୍ୟସରକାର ବନ୍ଦୋବସ୍ତ କରିଛନ୍ତି। ରାଜ୍ୟସରକାରଙ୍କ ଏଭଳି ଯୋଜନାକୁ ବରିଷ୍ଠ ମାନେ ସ୍ୱାଗତ ଯୋଗ୍ୟ ବୋଲି କହିଛନ୍ତି।