ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ; ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଓଏଲ୍ ବ୍ୟୁରୋ: ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ ହେବାକୁ ଥିବା ବେଳେ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଓଡିଶାରୁ ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ତେବେ ରାଜ୍ୟସଭା ନିର୍ବାଚନ ପାଇଁ ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଭରିଛନ୍ତି।
ସେହିଭଳି ପୂର୍ବରୁ, ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିବାବେଳେ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପ୍ରାର୍ଥୀ କରିଛି। ଓଡ଼ିଶାରୁ ବିଜେଡିର ଦୁଇ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରାର୍ଥୀପତ୍ର କାଏମ। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି।
ସୂଚନା ଅନୁସାରେ, ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ବିଜେଡିର ସମର୍ଥନରେ ଓଡ଼ିଶାରୁ ପୁଣିଥରେ ରାଜ୍ୟସଭା ଯିବେ ଅଶ୍ୱିନୀ ବୈଷ୍ଣବ। ସବୁଠୁ ବଡ଼କଥା ହେଲା ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ କରିଛି ବିଜୁ ଜନତା ଦଳ। ଏନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।