ଆଜି ଓଡ଼ିଶା ଆସିବେ ରାଜନାଥ ସିଂ; ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ
ଓଏଲ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ସିରିଜ ଗସ୍ତ ଆରମ୍ଭ ହୋଇଛି। ବିଜେପିର ହେଭିୱେଟ ନେତା ଏବେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ଓଡିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।
ଆଉ କିଛି ସମୟ ପରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସି ୩ଟି ଜିଲ୍ଲା ନବରଙ୍ଗପୁର, ଗଂଜାମ ଓ ମୟୂରଭଂଜରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ନବରଙ୍ଗପୁର ଓ ମୟୂରଭଂଜରେ କୋର କମିଟି ବୈଠକରେ ଯୋଗ ଦେବେ। ଗଂଜାମରେ ଆୟୋଜିତ କର୍ମୀ ସମ୍ମିଳନୀରେ ସାମିଲ ହୋଇ ୨୦୨୪ ନିର୍ବାଚନ ରଣନୀତି ବାବଦରେ ସମ୍ବୋଧନ କରିବେ। ଏହାପୂର୍ବରୁ ଶିବରାଜ ସିଂ ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କର୍ମୀଙ୍କୁ ନିର୍ବାଚନୀ ମନ୍ତ୍ର ଦେଇଥିଲେ।