ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା; ଜାରି ହେଲା ନିର୍ଦ୍ଦେଶନାମା
ଓଏଲ୍ ବ୍ୟୁରୋ: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରୋକ୍ ଲଗାଇଲେ ରାଜ୍ୟ ସରକାର। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କଟକଣା ଏପ୍ରିଲ ପହିଲାରୁ ଲାଗୁ ହେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
ପର୍ଯ୍ୟଟକମାନଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା ନିର୍ଦ୍ଦେଶ ଦିଆଯାଇଛି। ପ୍ଲାଷ୍ଟିକ ଖୋଳରେ ଖାଦ୍ୟ ନେଉଥିଲେ, ଏଣେ ତେଣେ ପକାଇବାକୁ ମନା କରାଯାଇଛି। ବ୍ୟବହୃତ ପ୍ଲାଷ୍ଟିକ ଖୋଳକୁ ଉଦ୍ଦିଷ୍ଟ ଗାର୍ବେଜ ବିନ୍ରେ ପକାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିବେଶ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।