ଆରମ୍ଭ ହେଲାଣି ନିର୍ବାଚନୀ କସରତ; ଇସ୍ତଫା ଦେଲେ ତେଲେଙ୍ଗାନା ରାଜ୍ୟପାଳ

ଓଏଲ୍ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ନିର୍ବାଚନୀ ବିଗୁଲ ବାଜିଛି। ଅରୁଣାଂଚଳ ପ୍ରଦେଶ, ସିକ୍କିମ, ଆନ୍ଧ୍ର ଓ ଓଡ଼ିଶାରେ ନିର୍ବାଚନ ହେବ। ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଉଛି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବ। ନିର୍ବାଚନୀ କସରତ ମଧ୍ୟରେ ତେଲେଙ୍ଗାନା ରାଜ୍ୟପାଳ ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ପଦରୁ ତାମିଲିସାଇ ସୌନ୍ଦରରାଜନଙ୍କ ଇସ୍ତଫା ଦେଇଛନ୍ତି। ତେବେ ସେ ତାମିଲନାଡୁରେ ଲୋକସଭା ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି।