ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଓଏଲ୍ ବ୍ୟୁରୋ: ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ଦେହାନ୍ତ ହୋଇଛି। ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଦେହାନ୍ତ ହୋଇଥିବା ତାଙ୍କ ସ୍ଵାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଥିଲେ। ଆଜି ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।
ଶାନ୍ତିଲତା ବାରିକ ଓଡ଼ିଆ ଭକ୍ତି ସଂଗୀତର ଜଣେ ଅତି ପରିଚିତ ନାଁ। ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ। ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ଭଗବାନ ଚେତନା ସୃଷ୍ଟି କରିଥାଏ। କୋଟିକୋଟି ଓଡ଼ିଆଙ୍କ ହୃଦୟରେ ସେ ଗ୍ରହଣ କରିଥିଲେ ସ୍ବତନ୍ତ୍ର ସ୍ଥାନ। ଅନେକ ଲୋକପ୍ରିୟ ଭଜନ ଗାଇଥିବା ଶାନ୍ତିଲତା ଓଡ଼ିଶାର ଘରେ ଘରେ ଖୁବ୍ ପରିଚିତ।