ବିଜେଡି ଛାଡ଼ିଲେ ବରଗଡ଼ର ପୂର୍ବତନ ସାଂସଦ

ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି।
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ। ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ଥିଲେ ପ୍ରଭାସ। ନବୀନ ନିବାସ ଆସି ଇସ୍ତଫା ପତ୍ର ପ୍ରଦାନ କଲେ ପ୍ରଭାସ। ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ପ୍ରଭାସ ସିଂହ। ଏଥର ଟିକେଟ ଆଶାୟୀ ଥିଲେ ତେବେ ଦଳ ପରିଣୀତା ମିଶ୍ରଙ୍କୁ ଟିକେଟ ଦେବା ପରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି।