କମିବ କାଳବୈଶାଖୀର ପ୍ରଭାବ; ରାଜ୍ୟରେ ପୁଣି ବଢ଼ିବ ତାପମାତ୍ରା!
ଓଏଲ୍ ବ୍ୟୁରୋ: ବଦଳିଲା ପାଣିପାଗ। ତାତିରୁ ମିଳିଲା ଆଶ୍ବସ୍ତି। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି। ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି। ତେବେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ପାଣିପାଗ ବିଭାଗ ସୂଚନା ଅନୁସାରେ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଦୁଇ ଦିନ ପରେ ତାପମାତ୍ରା ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ତେବେ ବର୍ଷା ପରେ ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ କରିଛନ୍ତି।
ଅନ୍ୟପଟେ, ଆସନ୍ତା ୧୩ ତାରିଖ ପରଠାରୁ ରାଜ୍ୟରେ ପୁଣି ବଢ଼ିବ ତାତି। ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବ ବୃଦ୍ଧି ସହ ଦିନ ତପମାତ୍ରା ବଢ଼ିବ। ଦିନ ତାପମାତ୍ରା ଦୃଷ୍ଟାନ୍ତମୂଳକ ବୃଦ୍ଧି ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ତାତି ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ୧୩ ତାରିଖ ପରଠୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିବା ସହ ଏହାର ପ୍ରଭାବରେ ତାପମାତ୍ରା ବଢିବ। ସୁନ୍ଦରଗଡ, ରାଉରକେଲା, ବୈାଦ୍ଧ ଓ ଟିଟିଲାଗଡରେ ତାତି ୪୦ ଡିଗ୍ରୀ ଛୁଇଁବ। ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଚାନ୍ଦବାଲି, ବାଲେଶ୍ୱର, ବାରିପଦାରେ ତାପମାତ୍ରୀ ୩୯ ଡିଗ୍ରୀ ଛୁଇଁବା ନେଇ ଆକଳନ କରାଯାଇଛି।