ରାଜନୀତି ରାଲିରେ ଯୋଗ ଦେଇ ଶିକ୍ଷୟିତ୍ରୀ ନିଲମ୍ବିତ

ଓଏଲ୍ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନୀ ମାହୋଲ। ସବୁଠି ଚାଲିଛି ରାଜନୈତିକ ଦଳର ରାଲି। ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳୁଛି ବଡ଼ ବଡ଼ ରାଲି। ଏସବୁ ମଧ୍ୟରେ ଜଣେ ଶିକ୍ଷୟିତ୍ରୀ ରାଲିରେ ଯୋଗଦେଇ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଶିକ୍ଷୟିତ୍ରୀଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ । ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସଂଘମିତ୍ରା ମଲ୍ଲିକଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ନିଲମ୍ବିତ କରିଛନ୍ତି।
ନିକଟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ପଲଶପାଟଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲିରେ ବୌଦ୍ଧ ବ୍ଲକ ଦହ୍ୟା ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଙ୍ଘମିତ୍ରା ମଲ୍ଲିକ ଯୋଗଦେଇଥିବା ନେଇ ଅଭିଯୋଗ ହୋଇଥିଲା ।ତଦନ୍ତ ପରେ ସଂପୃକ୍ତ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ତାଙ୍କ ନିର୍ଦ୍ଦେଶରେ ଦର୍ଶାଇଛନ୍ତି ।