ଚର୍ଚ୍ଚାରେ ମୋଦି, ରାହୁଲଙ୍କ ବିବାଦୀୟ ମନ୍ତବ୍ୟ; ଜାରି ହେଲା କାରଣ ଦର୍ଶାଅ ନୋଟିସ

ଓଏଲ୍ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନୀ ତାତି। ମହାଯୁଦ୍ଧ ପାଇଁ ଗତକାଲି ପ୍ରଚାର ଲଢ଼େଇ ଥମିଥିବାବେଳେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ପୋଲିଂ ଷ୍ଟେସନ୍ ଗୁଡ଼ିକରେ ପହଞ୍ଚିବାରେ ଲାଗିଛନ୍ତି ପୋଲିଂ କର୍ମଚାରୀ। ସାଧାରଣ ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ଲାଗି ପ୍ରଚାର ଶେଷ ହୋଇଥିବାବେଳେ ଆସନ୍ତାକାଲି ଅର୍ଥାତ ଏପ୍ରିଲ ୨୬ରେ ଭୋଟଗ୍ରହଣ ହେବ। ତେବେ ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସର ଟାଣୁଆ ନେତା ରାହୁଲ ଗାନ୍ଧୀଙ୍କୁ ନିର୍ବାଚନ କମିଶନ ତାଗିଦ କରିଛନ୍ତି।
ନିର୍ବାଚନ ସମୟରେ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସର ଟାଣୁଆ ନେତା ରାହୁଲ ଗାନ୍ଧୀଙ୍କୁ ନିର୍ବାଚନ କମିଶନ ନୋଟିସ କରିଛନ୍ତି। କେଉଁ କାରଣରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରାଯାଇଛି ଏନେଇ ଆସନ୍ତା ୨୯ ଏପ୍ରିଲ ସୁଦ୍ଧା କାରଣ ଦର୍ଶାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସର ଟାଣୁଆ ନେତା ରାହୁଲ ଗାନ୍ଧୀଙ୍କୁ ଚେତାବନୀ ଦିଆଯାଇଛି।
ସୂଚନା ଅନୁସାରେ, ନରେନ୍ଦ୍ର ମୋଦି ନିର୍ବାଚନୀ ପ୍ରଚାର ସମୟରେ କହିଥିବା ଭାଷଣକୁ ନେଇ ବିବାଦ ବଢିବା ପରେ ନିର୍ବାଚନ କମିଶନ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସେହିଭଳି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ମଧ୍ୟ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।