ତାତିରୁ ନାହିଁ ନିସ୍ତାର; ପୁଣି ଝାରସୁଗୁଡ଼ା ପାଲଟିଲା ସବୁଠୁ ଉତ୍ତପ୍ତ ସହର

ଓଏଲ୍ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୦ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ(ହିଟ୍ୱେଭ୍)ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ(ସିଭିଅର ହିଟ୍ୱେଭ୍) ଜାରି ରହିବାର ସମ୍ଭାବନା ରହିଛି। ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୬ ଟପିଥିବା ବେଳେ ବର୍ତ୍ତମାନ ୪୩.୫ ଡିଗ୍ରୀ ତାପମାତ୍ର ରେକର୍ଡ କରାଯାଇଛି।ଝାରସୁଗୁଡା ୪୩.୫ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ତେବେ ତାତିକୁ ନଜରରେ ରଖି ସତର୍କ ରହିବାକୁ ପାଣିପାଗ ବିଜ୍ଞାନୀ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକତା ନଥିଲେ ଘରୁ ନ ବାହାରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।