ଗଞ୍ଜାମରେ ବିଜେଡି ସୁପ୍ରିମୋ; ମା’ ତାରାତାରିଣୀ ମନ୍ଦିରରେ କଲେ ପୂଜାର୍ଚ୍ଚନା

ଓଏଲ୍ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ଭରିବେ। ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।
ଆଜି ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିବେ। ମା’ତାରା ତାରିଣୀଙ୍କ ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା୩୫ ମିନିଟରେ ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ସୂଚନା ରହିଛି।ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ଅନ୍ଯମାନେ ଉପସ୍ଥିତ ରହିଛନ୍ତି।
୨୦୦୦ ମସିହାରୁ ହିଞ୍ଜିଳିରୁ ବିଧାୟକ ରହିଆସିଛନ୍ତି ନବୀନ। ୫ ଥର ହିଞ୍ଜିଳିରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ଏଥର ଷଷ୍ଠଥର ନିର୍ବାଚନ ଲଢୁଛନ୍ତି। ବିଜୁଙ୍କ ଅବର୍ତ୍ତମାନରେ ସମୟ ଚକ୍ରରେ ଓଡ଼ିଶାବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନବୀନ ୫୦ ବର୍ଷ ବୟସରେ ରାଜନୀତିରେ ପାଦ ଥାପିଥିଲେ।
ସୂଚନାଥାଉକି, ନବୀନ ଷଷ୍ଠଥର ପାଇଁ ହିଞ୍ଜିଳିରୁ ପ୍ରାର୍ଥୀ ହୋଇଥିବାବେଳେ ତାଙ୍କ ବିପକ୍ଷରେ ବିଜେପିର ଶିଶିର ମିଶ୍ର ଓ କଂଗ୍ରେସର ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ମେ ୨୦ ତାରିଖରେ ହିଞ୍ଜିଳିର ମତଦାନ ହେବ। ନବୀନ ହିଞ୍ଜିଳି ଛଡ଼ା ଏଥର ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିରୁ ମଧ୍ଯ ପ୍ରାର୍ଥୀ ହୋଇଛନ୍ତି।