ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି; ରୋମାଞ୍ଚ ରଂଜନଙ୍କୁ ମିଳିଲା ଟିକେଟ
![](https://www.odishalink.com/wp-content/uploads/2024/05/romanch.jpg)
ଓଏଲ୍ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।
ବଳକା ଥିବା ୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଖଣ୍ଡପଡ଼ାରୁ ଲଢ଼ିବେ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ କୁମାର ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ନିର୍ବାଚନ ଲଢ଼ିବେ। ସେହିଭଳି ଦେବଗଡ଼ ଆସନ ପାଇଁ ପୂର୍ବରୁ ପ୍ରାର୍ଥୀ ଘୋଷଣା ହୋଇଥିବାବେଳେ ତାହା ବର୍ତ୍ତମାନ ପରିଵର୍ତନ କରି ନୂତନ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ପୂର୍ବରୁ ଦେବଗଡ଼ ବିଧାନସଭା ପ୍ରାର୍ଥୀ ଭାବେ ଅରୁନ୍ଧତୀ ଦେବୀଙ୍କୁ ଟିକେଟ ଦେଇଥିବାବେଳେ ତାହା ବଦଳାଇ ଏବେ ରୋମାଞ୍ଚ ରଂଜନ ବିଶ୍ବାଳଙ୍କୁ ପ୍ରାର୍ଥୀ କରିଛି ।