Odisha Link
Bridging the Missing Links in Odisha

ମେ’ ୨୦ରେ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ଭୋଟିଂ; ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ବଢୁଥିବା ତାପମାତ୍ରା ସହିତ ରାଜନୈତିକ ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ୨୧ଟି ଆସନରେ ପ୍ରାର୍ଥୀ ତାଲିକା ଘୋଷଣା ପରେ କିଛି ସଂସଦୀୟ କ୍ଷେତ୍ରରେ ଜୋରଦାର ଲଢେଇ ହେବ ବୋଲି କୁହାଯାଉଛି। ହେବାକୁ ଥିବା ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା।

ମେ ୨୦ତାରିଖରେ ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ଭୋଟିଂ ହେବ। ଏଥିପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆସନ୍ତା ୬ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ୨୦୧୪ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ୧୪୭ ଆସନରେ ପ୍ରାର୍ଥୀ ଘୋଷଣା କରିଥିବାବେଳେ ବିଜେପି ଓ କଂଗ୍ରେସ ୧୪୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। କେବଳ ନୀଳଗିରି ଆସନ ପାଇଁ ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ।

Leave A Reply

Your email address will not be published.