Odisha Link
Bridging the Missing Links in Odisha

ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ବସ୍, ୨ ଆହତ

ଓଏଲ୍‌ ବ୍ୟୁରୋ: ମେ’ ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଆଜି ପ୍ରଚାର ସରିଥିବା ବେଳେ ପୋଲିଂ ପାର୍ଟି ନିଜ ନଜି ବୁଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ଘଟିଛି ଅଘଟଣ। ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍‌ । ଏହି ଦୁର୍ଘଟଣାରେ ୨ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ରହିଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ।

ସୂଚନାଥାଉକି, ମେ’ ୧୩ ତାରିଖରେ ଓଡ଼ିଶାର ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା କ୍ଷେତ୍ରରେ ପଡ଼ିବ ଭୋଟ। ଏଥିପାଇଁ ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ଘରେ ୩୬୩୬ ଜଣ ଭୋଟର ଭୋଟ ଦେଇଛନ୍ତି। ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ। ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର, ୧ ଲକ୍ଷ ୭୫ ହଜାର ଯୁବ ଭୋଟର ଓ ୧୪ ଲକ୍ଷ ୬୮ ହଜାର ୨୦ ବର୍ଷରୁ ୨୯ ବର୍ଷ ଉର୍ଦ୍ଧ୍ବ ଭୋଟର ରହିଛନ୍ତି। ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ କରିବେ। ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.