Odisha Link
Bridging the Missing Links in Odisha

ସରଗରମ ରାଜ୍ୟ ରାଜନୀତି; ଆଜି ରାଉରକେଲା ଓ ଦେବଗଡ଼ରେ ପ୍ରଚାର କରିବେ ନବୀନ

ଓଏଲ୍‌ ବ୍ୟୁରୋ: ସରଗରମ ରାଜ୍ୟ ରାଜନୀତି। ପର୍ଯ୍ୟାୟ କ୍ରମେ ନିର୍ବାଚନ ଆରମ୍ଭ ହୋଇଥିବାବେଳେ ନାମାଙ୍କନ ପ୍ରକ୍ରିୟା ମଧ୍ୟ ଶେଷ ହୋଇଛି। ଏସବୁ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ମଧ୍ୟ ଶେଷ ହୋଇଛି। ନିର୍ବାଚନକୁ ନଜରରେ ରଖି ଜୋରଦାର ପ୍ରଚାର ଚାଲିଥିବାବେଳେ ଆଜି ରାଉରକେଲାରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ଆଜି ପଶ୍ଚିମ ଓଡ଼ିଶାର ଦୁଇ ଲୋକସଭା କ୍ଷେତ୍ରରେ ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ରାଉରକେଲା ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼ରେ କ୍ଯାମ୍ପେନ କରିବେ ନବୀନ।

ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିବେ ଆଶୀର୍ବାଦ। ଦିନ ୧୧ଟା ୨୫ରେ ମୁଖ୍ଯମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ଏୟାରପୋର୍ଟ ସାମ୍ନାରେ ଥିବା ପଡ଼ିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। ସେଠାରୁ ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଧାନପାଟ ଜଳପ୍ରପାତ ନିକଟରେ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ମାଗିବେ। ସମ୍ବଲପୁର ସଂସଦୀୟ କ୍ଷେତ୍ରର ୩ ସ୍ଥାନରେ ପ୍ରଚାର କରିବେ। ଦେବଗଡ଼, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ଭୋଟ ମାଗିବେ।

Leave A Reply

Your email address will not be published.