ସବୁ ବର୍ଗର ଲୋକଙ୍କ ମୁହଁରେ ହସ ଫୁଟାଇଛନ୍ତି ମୁଖ୍ୟମନ୍ତ୍ରୀ: ଦିଲ୍ଲୀପ ତିର୍କି

ଓଏଲ୍ ବ୍ୟୁରୋ: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ରାଉରକେଲା ଗସ୍ତରେ ଯାଇ ଯାଇଛନ୍ତି ବିଜେଡି ସୁପ୍ରିମୋ। ରାଉରକେଲା ଗସ୍ତରେ ଯାଇ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିଛନ୍ତି ଆଶୀର୍ବାଦ।
ରାଉରକେଲାରେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଗୋପାଳପୁରରେ ସମବେତ ଜନତାଙ୍କୁ ପ୍ରଶ୍ନ କରି ନବୀନ କହିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି।
ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ମିଛ କହୁଛନ୍ତି। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, କୁମ୍ଭୀର କାନ୍ଦଣା କାନ୍ଦିବେ, ଏମାନେ ନିର୍ବାଚନ ପର୍ଯ୍ୟଟକ, ନିର୍ବାଚନ ସରିଗଲେ ଖୋଜିଲେ ବି ମିଳିବେ ନାହିଁ, ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି।
ସୁନ୍ଦରଗଡ଼ର ବିଜେଡି ସାଂସଦ ପ୍ରାର୍ଥୀ ଦିଲ୍ଲୀପ ତିର୍କି କହିଛନ୍ତି, ମୁଖ୍ୟମନ୍ତ୍ରୀ ସାଢେ ଚାରି କୋଟି ଲୋକଙ୍କ ପାଇଁ ଅଛନ୍ତି, ସବୁ ବର୍ଗର ଲୋକଙ୍କ ମୁହଁରେ ହସ ଫୁଟାଇଛନ୍ତି ମୁଖ୍ୟମନ୍ତ୍ରୀ। ସବୁ ଶ୍ରେୟ ମୁଖ୍ୟମନ୍ତ୍ରୀଙ୍କୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ପାଇଁ ଓଡ଼ିଶା ଆଜି ବିଶ୍ୱ ଦରବାରରେ ପରିଚିତ ହୋଇଛି। ମୁଖ୍ୟମନ୍ତ୍ରୀ ପାଇଁ ରାଉରକେଲା ହକି ଷ୍ଟାଡିୟମ ଆଜି ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଛି। ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିଜେପିର କିଛି ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଅପମାନ କରୁଛନ୍ତି। ସମସ୍ତେ ଏକତ୍ର ହୋଇ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଲଢ଼ିବା। ବିରୋଧୀଙ୍କୁ ଉଚିତ ଜବାବ ଦେବା। ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବା ବୋଲି ଦିଲ୍ଲୀପ ତିର୍କି କହିଛନ୍ତି।