‘ନବୀନ ପଟ୍ଟନାୟକ ବିଜୁଳିର ଗ୍ୟାରେଣ୍ଟି, ଶଙ୍ଖ ଚିହ୍ନର ଗ୍ୟାରେଣ୍ଟି‘

ଓଏଲ୍ ବ୍ୟୁରୋ: ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ରାଉରକେଲା ଓ ଦେବଗଡ଼ ଗସ୍ତରେ ଯାଇ ଯାଇଥିଲେ ବିଜେଡି ସୁପ୍ରିମୋ। ରାଉରକେଲା ଗସ୍ତରେ ଯାଇ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିଛନ୍ତି ଆଶୀର୍ବାଦ।
ଏସବୁ ମଧ୍ୟରେ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପାଣ୍ଡିଆନ କହିଛନ୍ତି, ଆସନ୍ତା ଜୁନ୍ ୯ ତାରିଖରେ ଓଡ଼ିଶାବାସୀଙ୍କ ପ୍ରିୟ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳ ସାଢେ ୧୧ଟାରୁ ଅପରାହ୍ନ ସାଢେ ୧ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥଗ୍ରହଣ କରିବେ। ସେହିପରି ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଯେଉଁଥିରେ ବିଜେଡି ନେତା ଭି.କେ ପାଣ୍ଡିଆନ କହୁୁଛନ୍ତି, ଆମେ ଦେବଗଡ଼ରେ ଅଛୁ, ଜୁନ୍ ୯ ତାରିଖରେ ଓଡ଼ିଶାବାସୀଙ୍କ ପ୍ରିୟ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବେ। ଶପଥ ନେବା ପରେ ପ୍ରଥମେ ବିଜୁଳି ବିଲ ଛାଡ଼ କରିବେ। ଏହା ସହ ମୁଖ୍ୟମନ୍ତ୍ରୀ ନିଜେ କହିଛନ୍ତି, ଏହା ହେଉଛି ନବୀନ ପଟ୍ଟନାୟକ ବିଜୁଳି ଗ୍ୟାରେଣ୍ଟି, ଶଙ୍ଖ ଚିହ୍ନର ଗ୍ୟାରେଣ୍ଟି।