Odisha Link
Bridging the Missing Links in Odisha

କେନ୍ଦ୍ରୀୟ ନେତାଙ୍କ ଘନ ଘନ ଓଡ଼ିଶା ଗସ୍ତ; ବଲାଙ୍ଗିରରେ ରାହୁଲ ଗାନ୍ଧୀ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ମଧ୍ୟରେ ଓଡ଼ିଶାରେ କେନ୍ଦ୍ରୀୟ ନେତାଙ୍କ ପ୍ରଚାର ଜାରି ରହିଛି। ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ରାହୁଲ ଗାନ୍ଧି। ଝାରସୁଗୁଡ଼ାରେ ପହଞ୍ଚି ସ୍ବତନ୍ତ୍ର ହେଲିକପ୍ଟରରେ ବଲାଙ୍ଗିର ଯାଇଛନ୍ତି। କୋଶଳ କଳାମଣ୍ଡଲ ପଡ଼ିଆରେ ଆୟୋଜିତ ସଭାରେ ଯୋଗଦେବେ। ଏହା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

Leave A Reply

Your email address will not be published.