Odisha Link
Bridging the Missing Links in Odisha

ଖଲ୍ଲିକୋଟରେ ଥମୁନି ନିର୍ବାଚନୀ ହିଂସା; ୧୪୪ ଜାରି କଲା ପ୍ରଶାସନ

ଓଏଲ୍‌ ବ୍ୟୁରୋ: ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଏସବୁ ଭିତରେ ଗଂଜାମରେ ନିର୍ବାଚନୀ ହିଂସା ହୋଇଥିବା ଖବର ସାମ୍ନାକୁ ଆସିଛି। ଗଂଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା।

ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିବା ଜଣାପଡ଼ିଥିଲା। ଗୁରୁତରଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ଏହି ଘଟଣାକୁ ଗଭୀର ନିନ୍ଦା କରିଛନ୍ତି।

ଖଲ୍ଲିକୋଟ ହିଂସାକୁ ନେଇ ସିଇଓ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ଘଟଣାରେ ୮ ଜଣଙ୍କୁ ପୁଲିସ ଗିରଫ କରିଛି। ଏହି ଘଟଣା ପରେ ୪ ପୁଲିସ କର୍ମଚାରୀଙ୍କ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁଁ ୪ ପୁଲିସ କର୍ମଚାରୀଙ୍କୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ତେବେ ଏଠାରେ ନିର୍ବାଚନୀ ହିଂସା ବଢ଼ିବାରେ ଲାଗିଛି। ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୁଲିସ ଗାଡ଼ି ଘେରିଲେ ଲୋକେ। ପୁଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ।

ଲୋକଙ୍କ ପଥର ମାଡ଼ରେ ଭାଙ୍ଗିଲା ପୋଲିସ ଭ୍ୟାନ୍‌ର କାଚଘଟଣା ସ୍ଥଳରେ ଲୋକଙ୍କୁ ଘଉଡାଇବା ପାଇଁ ପୁଲିସ ଲାଠି ଚାଳନା କରିଥିବାବେଳେ ପୁଲିସ ଉପରକୁ ଲୋକ ମାନେ ଢେଲା, ପଥର ଓ ବୋତଲ ଫିଙ୍ଗି ଛନ୍ତି। ପଥର ମାଡରେ ପୁଲିସ ଭ୍ୟାନର୍ କାଚ ଭାଙ୍ଗି ଚୁରମାର ହୋଇଛି। ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଲାଗି ରହିଥିଵାବେଳେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଜାରି କଲା ପ୍ରଶାସନ। ଥାନା ଆଗରେ ଉତ୍ତେଜନା ପରେ ୧୪୪ ଲାଗୁ ହେଲା। ଥାନା ଠାରୁ ଶହେ ମିଟର ପରିଧି ମଧ୍ୟରେ କଟକଣା ଜାରି କରାଯାଇଛି।

ସୂଚନା ଅନୁସାରେ, କାଲି ବିଜେପି କର୍ମୀଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଥିଲା।ଘଟଣାକୁ ନେଇ ପରିବାର ଲୋକଙ୍କ ସହ ଥାନା ଘେରାଉ କରିଛି ବିଜେପି। ହିଂସା ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟରେ କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବନି। ହିଂସାକୁ ଆୟତ୍ତ ସହ ପଦକ୍ଷେପ ନେବାକୁ ସିଇଓ ନିର୍ଦେଶ ଦେଇଛନ୍ତି।

Leave A Reply

Your email address will not be published.