Odisha Link
Bridging the Missing Links in Odisha

ବିଜେପିରୁ ବିଦା ହେଲେ ବିଜୟ ମହାପାତ୍ର

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନ ମାହୋଲ। ଯାହାକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାପାତ୍ର ଓ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଯାଇଛି।

Leave A Reply

Your email address will not be published.