Odisha Link
Bridging the Missing Links in Odisha

ଆଜି ଦମଦାର ହେବ ପ୍ରଚାର; ୩ ଜିଲ୍ଲାରେ ସମ୍ବୋଧନ କରିବେ ବିଜେଡି ସୁପ୍ରିମୋ

ଓଏଲ୍‌ ବ୍ୟୁରୋ: ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ। ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର।

ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି। ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଅନୁଗୁଳ ଷ୍ଟାଡିୟମରେ ପହଛି ଜନସଭାକୁ ସମ୍ବୋଧିତ କରିବେ। ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟରମ୍ଭ ରହିଛି।

Leave A Reply

Your email address will not be published.