Odisha Link
Bridging the Missing Links in Odisha

ଅନୁଗୁଳ ମାଟିରେ ନବୀନଙ୍କ ଜୋରଦାର ପ୍ରଚାର; କହିଲେ-ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନ ମାହୋଲ। ଯାହାକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର କାର୍ଯ୍ଯକ୍ରମ ଆରମ୍ଭ କରିଛନ୍ତି। ସମ୍ବଲପୁର ପରେ ଅନୁଗୁଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ।

ଅନୁଗୁଳରେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି।

ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ମିଛ କହୁଛନ୍ତି। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, କୁମ୍ଭୀର କାନ୍ଦଣା କାନ୍ଦିବେ। ଏମାନେ ନିର୍ବାଚନ ବେଳେ ପର୍ଯ୍ୟଟକ ଭଳି ଆସିବେ। ନିର୍ବାଚନ ସରିଗଲେ ଖୋଜିଲେ ବି ଖୋଜିଲେ ବି ମିଳିବେ ନାହିଁ, ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.